ନବୀନ ସରକାରଙ୍କ 'ନୂଆ ଓ' କାର୍ଯ୍ୟକ୍ରମକୁ ବନ୍ଦ କରି ଦେଇଛନ୍ତି ମୋହନ ସରକାର । ଏହା ବଦଳରେ ଆରମ୍ଭ ହେବ ଫାଇନାନସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ । ସରକାର ଚଳିତ ବର୍ଷଠାରୁ ଏହି ନୂଆ ଯୋଜନା ପ୍ରଣୟନ କରିବେ ।ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନର ଉତ୍ତର ରଖି ବିଧାନସଭାରେ ଶୁକ୍ରବାର ଉଚ୍ଚଶିକ୍ଷା ମନ୍ତ୍ରୀ ଏହି ଉତ୍ତର ରଖିଛନ୍ତି । ଯୋଜନାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲିଥିବା କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂୂରଜ।
ଅଭାବରେ ପଡି ଉଚ୍ଚଶିକ୍ଷାରୁ ବଞ୍ଚିତ ହେଉଥିବା ପିଲାଙ୍କ ଭବିଷ୍ୟତ ପାଇଁ ଆର୍ଥିକ ସହାୟତା "Financial Assistance to UG & PG Students" ନାମକ ଏକ ଯୋଜନା ପ୍ରଣୟନ କରାଯିବ। ଯାହାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲୁ ରହିଛି। ଚଳିତ ବର୍ଷଠାରୁ 'ନୂଆ-ଓ' ଛାତ୍ରବୃତ୍ତି ଯୋଜନାର ବଜେଟ ସଂକ୍ରାନ୍ତୀୟ ପ୍ରାବଧାନ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।
ସୂଚନା ଅନୁଯାୟୀ, ପୂର୍ବ ସରକାର ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କୁ ନୂଆ 'ଓ ଛାତ୍ରବୃତ୍ତି ପ୍ରଦାନ ନେଇ ଘୋଷଣା କରିଥିଲେ। ଏହି ଯୋଜନାରେ ଛାତ୍ରୀମାନଙ୍କୁ ୧୦ ହଜାର ଓ ଛାତ୍ରମାନଙ୍କୁ ୯ ହଜାର ଟଙ୍କା ଛାତ୍ରବୃତ୍ତି ପ୍ରଦାନ କରାଯାଇଥିଲା। ପାଖାପାଖି ସାଢେ ୪ ଲକ୍ଷ ଛାତ୍ରଛାତ୍ରୀ ଏହି ନୂଆ-ଓ ଛାତ୍ରବୃତ୍ତି ପାଇଥିଲେ । ସେହିଭଳି ୩୫ ହଜାର ପିଜି ଛାତ୍ରଛାତ୍ରୀ ମଧ୍ୟ ଏହି ବୃତ୍ତି ପାଇଥିଲେ । ଏହି ଛାତ୍ରବୃତ୍ତି ଟଙ୍କା ସିଧାସଳଖ ଛାତ୍ରଛାତ୍ରୀଙ୍କ ଆକାଉଣ୍ଟରେ ପ୍ରଦାନ କରାଯାଉଥିଲା । ସବୁ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ଦେବାରେ ଦେଶରେ ଓଡ଼ିଶା ଥିଲା ପ୍ରଥମ ରାଜ୍ୟ । ନୂଆ-ଓ କାର୍ଯ୍ୟକ୍ରମ ପାଇଁ ୩୦୦ କୋଟି ଟଙ୍କାର କର୍ପସ ଫଣ୍ଡ ରଖିଥିଲେ ପୂର୍ବ ରାଜ୍ୟ ସରକାର ।
0 Comments